ଚଳନ୍ତା ବସ୍‌ରେ ଲାଗିଗଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଫୁଲବାଣୀ,ଏନ୍ଏନ୍ଏସ୍: କନ୍ଧମାଳ ଜିଲ୍ଲା ଜାତୀୟ ରାଜପଥ ଏନଏଚ ୫୯ରେ ଏକ ଚଳନ୍ତା ବସରେ ନିଆଁ ଲାଗିଯାଇଥିବା ଦେଖିବାକୁ ମିଳିଛି। ଏଭଳି ଘଟଣା ବାଲିଗୁଡ଼ା ଥାନା ଅନ୍ତର୍ଗତ ଦାରିଙ୍ଗବାଡି ଛକ ଠାରେ ଦେଖିବାକୁ ମିଳିଛି। ରୁଦ୍ରକାଳୀ ନାମକ ଏକ ଘରୋଇ ବସ ଏମ୍ ରାମପୁର ଠାରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ବେଳେ ହଠାତ ବସରେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଯାଇ ଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ବାଲିଗୁଡ଼ା ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ ଭୟାବହ ହେବା ପୂର୍ବରୁ ଯାତ୍ରୀ ମାନେ ସୁରକ୍ଷିତ ବସରୁ ବାହାରି ଆସିଥିବା ଜଣାପଡ଼ିଛି।