ରାଉରକେଲା,ଏନ୍ଏନ୍ଏସ୍: ରାଉରକେଲା ସେକ୍ଟର ୨୧ ରହମତ ନଗର ବସ୍ତିରେ ଭୟବାହ ଅଗ୍ନିକାଣ୍ଡ ଘଟିଛି। ଟାୟାର ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଛି।
ଗତକାଲି ବିଳମ୍ବିତ ରାତ୍ରିରେ ଏହି ଅଗ୍ନିକାଣ୍ଡ ଘଟିଛି। ଏନେଇ ଦମକଳ ବିଭାଗକୁ ଖବର ଦେବାପରେ ୩ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବସ୍ତିରେ ଥିବା ୩୦୦ ଘର ଏହି ଅଗ୍ନିକାଣ୍ଡରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି।