ଭୁବନେଶ୍ୱର,ଏନ୍ଏନ୍ଏସ୍: କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୩ଟି ଟିମ୍ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଚଲାଇଛନ୍ତି। ଜିଲ୍ଲାପାଳଙ୍କ ସମେତ ଚିଫ୍ ଫାୟାର ଅଫିସର ଓ କଟକ ଡିିସିପି ମଧ୍ୟ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି। ଅନ୍ୟପଟେ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ହେଲେ ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବା ପଛର କାରଣ ଜଣାପଡ଼ିନାହିଁ।