ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ଟାସ୍କଫୋର୍ସ ଗଠନ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା ନିଆଁ ଏବେ ନିୟନ୍ତ୍ରଣ ବାହାରେ । ଫଳରେ ଜଙ୍ଗଲରେ ମୂଲ୍ୟବାନ ଗଛ ସହ ବନ୍ୟଜନ୍ତୁଙ୍କ ଜୀବନ ପ୍ରତି ବିପଦ ରହିଛି। ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ସୋମବାର ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ପୂର୍ବତନ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ (ପିସିସିଏଫ) ସନ୍ଦୀପ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଏହି ଟାସ୍କଫୋର୍ସ ଗଠନ କରାଯାଇଛି। ଟାସ୍କଫୋର୍ସରେ ମୋଟ ୯ ଜଣ ସଦସ୍ୟ ରହିବେ। ସେମାନଙ୍କ ମଧ୍ୟରେ ଡେରାଡୁନ ଏବଂ ହାଇଦ୍ରାବାଦର ୩ ଜଣ ବିଶେଷଜ୍ଞ ମଧ୍ୟ ସାମିଲ ହୋଇଛନ୍ତି। ଜଙ୍ଗଲ ନିଆଁର ସମୀକ୍ଷା କରିବା ସହିତ ତାହାର କାରଣ ଓ ନିରାକରଣ ଦିଗରେ ଟାସ୍କଫୋର୍ସ ପଦକ୍ଷେପ ନେବ।