ଅନୁଗୁଳ,ଏନ୍ଏନ୍ଏସ୍: ଅନୁଗୁଳ ବନ୍ତଳା ଥାନା ବଡ଼କନ୍ତକୁଳ ଗାଁରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଯୁବକଙ୍କ ଉପରେ ଗୁଳିଚାଳନା ହୋଇଛି। ଏଥିରେ ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ହୋଇଥିବା ଯୁବକ ଜଣକ ହେଲେ ଅଖିଳ ବେହେରା। ଅଖିଳଙ୍କୁ ଆହତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁସାରେ ବଡ଼କନ୍ତକୁଳ ଗାଁର ଅଖିଳ ବେହେରା ଓ ଶିଶିର ସାହୁଙ୍କ ମଧ୍ୟରେ ପୂର୍ବ ଶତ୍ରୁତା ଲାଗି ରହିଥିଲା। ଗତକାଲି ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଶିଶିର, ଅଖିଳଙ୍କ ଉପରକୁ ଗୁଳି ଚଳାଇ ଥିଲେ।