Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଶେରଗଡରୁ-ପୁରୀକୁ ଗଡିଲା ଜଗନ୍ନାଥ ଏକ୍ସପ୍ରେସ, VC ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଶେରଗଡରୁ-ପୁରୀକୁ ଗଡିଲା ଜଗନ୍ନାଥ ଏକ୍ସପ୍ରେସ, VC ଜରିଆରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଜଗନ୍ନାଥ ଧାମ ପୁରୀକୁ ଗଞ୍ଜାମର ଶେରଗଡରୁ ଗଡିଲା ପ୍ରଥମ ଏସି ବସ୍ ଜଗନ୍ନାଥ ଏକ୍ସପ୍ରେସ । ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍ଫେରେନ୍ସ ଜରିଆରେ ମୁଖ୍ୟମନ୍ତ୍ରୀ ଏକ୍ସପ୍ରେସ AC ବସ ସେବା ଚଳାଚଳକୁ ଶୁଭାରମ୍ଭ କରିଛନ୍ତି । OSRTC ପକ୍ଷରୁ ଏହି ବସ ସେବା ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ କହିଛନ୍ତି,”ଏହି ନୂଆ ବସ ସେବା ଦ୍ୱାରା ଶେରଗଡ ଜନସାଧାରଣ ସୁବିଧାରେ ପୁରୀ ଯାଇ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ଲାଭ କରିପାରିବେ । ବିଶେଷ କରି କାର୍ତ୍ତିକ ମାସରେ ଗଂଜାମ ଜିଲ୍ଲାର ବହୁ ହବିଷ୍ୟାଳି ହବିଷ ପାଇଁ ପୁରୀ ଯାଉଥିବାରୁ ଏହି ବସ୍ ସେବା ସେମାନଙ୍କ ପାଇଁ ବିଶେଷ ସହାୟକ ହେବ ।” 5T ସ୍କୁଲ ରୂପାନ୍ତର ହେଉ ବା ମନ୍ଦିର ରୂପାନ୍ତର, ଗଂଜାମ ସବୁବେଳେ ଆଗରେ ରହିଛି । ମା ତାରା ତାରିଣୀଙ୍କ ମନ୍ଦିର ରୂପାନ୍ତର କାମ ଜିଲ୍ଲାବାସୀଙ୍କ ପାଇଁ ଆନନ୍ଦ ଆଣି ଦେଇଛି । ସେହିପରି 5T ସ୍କୁଲ ରୂପାନ୍ତର ଛାତ୍ରଛାତ୍ରୀ ଓ ଅଭିବାବକମାନଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି ।

ପଞ୍ଚାୟତରାଜ କ୍ଷେତ୍ରରେ ଗଂଜାମ ଜିଲ୍ଲା ପରିଷଦ ଜାତୀୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ପରିଷଦ ଭାବେ ପୁରସ୍କାର ଲାଭ କରିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଜନସାଧାରଣଙ୍କ ଆଶୀର୍ବାଦ ଓ ସହଯୋଗ ଜାରି ରହିଲେ ଆଗାମୀ ଦିନରେ ଗଂଜାମ ଜିଲ୍ଲା ଆହୁରି ଅନେକ ସଫଳତା ଲାଭ କରିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କାର୍ଯ୍ୟକ୍ରମରେ ସାଂସଦ ଚନ୍ଦ୍ରଶେଖର ସାହୁ, ଗଞ୍ଜାମ ଜିଲ୍ଲାପାଳ, OSRTCର ଅଧିକାରୀ ଓ ଶେରଗଡର ପଞ୍ଚାୟତ ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

ରାଜ୍ୟରୁ ଜିଲ୍ଲା, ଜିଲ୍ଲାରୁ ବ୍ଲକ ଓ ବ୍ଲକରୁ ପଞ୍ଚାୟତ ସଂଯୋଗକୁ ଗୁରୁତ୍ୱ ଦେଉଛନ୍ତି ସରକାର । ସେଥିପାଇଁ ପ୍ରତି ପଞ୍ଚାୟତକୁ ମୋ ବସ୍ ସେବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଗାଁ ଗହଳିରେ ଜନସାଧାରଣଙ୍କ ଗମନାଗମନ ସୁବିଧା ପାଇଁ ଲକ୍ଷ୍ମୀ ସ୍କିମ୍‌ ଜରିଆରେ କରାଯିବ ପରିବହନ ସୁବିଧା । ପ୍ରଥମ ପର୍ଯ୍ୟାୟରେ ପାଇଲଟ ପ୍ରୋଜେକ୍ଟ ଭାବେ ରାଜ୍ୟର 6ଟି ଜିଲ୍ଲାକୁ ହାତକୁ ନିଆଯାଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡା, ମାଲକାନଗିରି, କଳାହାଣ୍ଡି ଓ ଗଜପତି ଜିଲ୍ଲାକୁ ପ୍ରଥମ ପର୍ଯ୍ୟାୟରେ ନିଆଯାଇଛି । ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ପଞ୍ଚାୟତକୁ ଚାଲିବ ମୋ ବସ୍ । ତେବେ ବସ୍ ଚଳାଚଳକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାସ୍ତା ନିର୍ମାଣକୁ ଗୁରୁତ୍ୱ ଦିଆଯାଉଛି ।