ଜିଲ୍ଲା ପରିଷଦର ପ୍ରଥମ ବୈଠକରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ପାଇଁ ବାଜିଲା ମୋହର

ଦେବଗଡ଼,ଏନ୍‌ଏନ୍‌ଏସ୍‌: ଦେବଗଡ଼ ଜିଲ୍ଲା ପରିଷଦର ପ୍ରଥମ ବୈଠକ ଆଜି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦର ନବ ନିର୍ବାଚିତ ଅଧ୍ୟକ୍ଷ କୌଶିକ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲ, ଦେବଗଡ଼ ବିଧାୟକ ସୁବାଷ ଚନ୍ଦ୍ର ପାଣିଗ୍ରାହୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ବର୍ଷାରାଣୀ ମୁଣ୍ଡା ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଲୁକାଶ ପ୍ରଧାନ ଓ ଡିଏଫଓ ମଗର ଧନାଜୀ ରାଓସୋ ପ୍ରମୁଖ ମଞ୍ଚାସିନ ଥିଲେ । ଜିଲ୍ଲାର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ଯୋଜନା ଆନ୍ତର୍ଗତ କାର୍ଯ୍ୟକାରୀ ହେବାକୁ ଥିବା ପ୍ରକଳ୍ପ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟତଃ କୃଷି, ପାନୀୟ ଜଳ, ବିଦ୍ୟୁତ, ଜଙ୍ଗଲ, ରାଜସ୍ୱ ଓ ଜଳ ସେଚନ ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏଥିରେ ଜିଲ୍ଲାର ସମସ୍ତ ବିଭାଗର ଅଧିକାରୀମାନେ ଉପସ୍ଥିତ ରହି ନିଜ ବିଭାଗ ପକ୍ଷରୁ ହାତକୁ ନିଆ ଯାଇଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ ।