ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ କରୋନାରେ ସଂକ୍ରମିତ

ନୂଆଦିଲ୍ଲୀ: ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏସମ୍ପର୍କରେ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। ଏଥିସହିତ ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୬ରେ ବିଜେପି କ୍ଷମତାକୁ ଆସିବା ପୂର୍ବରୁ ଗୋଗୋଇ ୧୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିଥିଲେ। ୨୦୨୧ ଆସାମ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ପୁଣି କ୍ଷମତାକୁ ଫେରାଇ ଆଣିବା ପାଇଁ ଗୋଗୋଇ ଗତ କିଛିଦିନ ହେବ ଲଗାତାର ଯାତ୍ରା କରିଛନ୍ତି।