ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ କରୋନା

ଝାରସୁଗୁଡ଼ା,ଏନ୍ଏନ୍ଏସ୍: ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ସେ ତାଙ୍କ ଅଫିସିଆଲ ଫେସବୁକ ପେଜରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି ଆଜି ସେ କୋଭିଡ-୧୯ ଟେଷ୍ଟ କରାଇବାରୁ ତାଙ୍କର ରିପୋର୍ଟ ପଜିଟିଭ ଆସିଛି। ତେଣୁ ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ କୋଭିଡ ଟେଷ୍ଟ କରାଇବା ସହ ରିପୋର୍ଟ ନେଗେଟିଭ ଆସିବା ଯାଏଁ ଗୃହ ସଂଗରୋଧରେ ରହିବା ପାଇଁ ଅନୁରୋଧ କରିଛନ୍ତି।