ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ବର,ଏନ୍ଏନ୍ଏସ୍: ପୂର୍ବତନ ସାଂସଦ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଧର୍ମପତ୍ନୀ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତାଙ୍କର ୯୦ ବର୍ଷ ବୟସରେ ପରଲୋକ ହୋଇଛି। ସେ ଜାତୀୟ ମହିଳା କମିସନର ପ୍ରଥମ ଅଧ୍ୟକ୍ଷା ଥିଲେ। ସେ ୧୯୮୧ରେ କଂଗ୍ରେସ ଟିକେଟରେ କଟକରୁ ଲୋକସଭା ଆସନରେ ନିର୍ବାଚିତ ହୋଇଥିଲେ।

ଗଞ୍ଜାମ ଜିଲ୍ଲା ଆସିକାରେ ୧୯୩୨ ମସିହାରେ ଜନ୍ମ ଗ୍ରହଣ କରିଥିଲେ। ସେ ୧୯୯୨ରେ ସର୍ବଶ୍ରେଷ୍ଠ ନାରୀ ପ୍ରତିଭା ଭାବେ ମହିଳା ଶିରୋମଣି ଉପାଧି ଲାଭ କରିବା ସହ ୧୯୯୬ରେ ମହିଳା ଗୌରବ ସମ୍ମାନରେ ସମ୍ମାନିତ ମଧ୍ୟ ହୋଇଥିଲେ। ପିସିସି ସଭାପତି ଶରତ ପଟ୍ଟନାୟକ ଏବଂ ପୂର୍ବତନ ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକଙ୍କ ସମେତ ବହୁ ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଗଭୀର ଶୋକ ପ୍ରକାଶ କରିଛନ୍ତି।