ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ପ୍ରାକ୍ତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ହସ୍ପିଟାଲକୁ ଅନ୍ୟ ଚିକିତ୍ସା ପାଇଁ ଯାଇଥିବାବେଳେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ଯାହାର ରିପୋର୍ଟ ପଜିଟିଭ ଆସିଛି। ଏନେଇ ନିଜେ ପ୍ରଣବ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏବେ ତାଙ୍କୁ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହିତ ସପ୍ତାହକ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ପ୍ରଣବ ପରାମର୍ଶ ଦେଇଛନ୍ତି।