ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟସଭା ନିର୍ବାଚନ ପାଇଁ ବିଜେଡି ପକ୍ଷରୁ ଗତ ୭ ତାରିଖରେ ୪ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବା ବେଳେ ଏ ନେଇ ଆଜି ନାମାଙ୍କନ ପତ୍ର ଦାଖଲ ହୋଇଛି। ଏହି ଅବସରରେ ବିଜେଡ଼ିର ୪ ପ୍ରାର୍ଥୀ ନିଜ ନିଜର ନାମାଙ୍କନ ପତ୍ର ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ଦାଖଲ କରିଛନ୍ତି। ଏହି କ୍ରମରେ ରାଜ୍ୟସଭା ନିର୍ବାଚନ ପାଇଁ ପ୍ରଥମେ ସୁବାସ ସିଂହ ନିଜର ନାମାଙ୍କନ ପତ୍ର ଦାଖଲ କରିଥିବା ବେଳେ ଦ୍ୱିତୀୟରେ ମୁନା ଖାଁ, ତୃତୀୟରେ ସୁଜିତ କୁମାର ଓ ଶେଷରେ ମମତା ମହନ୍ତ ନାମାଙ୍କନପତ୍ର ଦାଖଲ କରିଛନ୍ତି।

ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ବରିଷ୍ଠ ବିଜେଡି ନେତା ଓ ବିଧାୟକ ମାନେ ଉପସ୍ଥିତ ଅଛନ୍ତି। ସେହିପରି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ମାର୍ଚ୍ଚ ୧୩ ରହିଛି।