ଜି. ଉଦୟଗିରି ଥାନା ଏସଆଇଙ୍କ ଆତ୍ମହତ୍ୟା

ବାଲିଗୁଡା,ଏନ୍‌ଏନ୍‌ଏସ୍‌: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନାର ସବ୍‌-ଇନ୍ସପେକଟର ସାଗରିକା ବେହେରା ଶୁକ୍ରବାର ରାତିରେ ନିଜ ସରକାରୀ ବାସଭବନରେ ସିଲିଂ ଫ୍ୟାନରେ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଜଣାପଡିନାହିଁ। ତେବେ, ସେ ଗଲା କିଛି ଦିନ ହେଲା ମାନସିକ ଚାପରେ ଥିବା ଅନୁମାନ କରାଯାଉଥିଲା। ତାଙ୍କ ଘର ଖୋର୍ଦ୍ଧା ଅଞ୍ଚଳରେ ବୋଲି ଜଣାପଡିଛି।

ଖବରପାଇ ପୁଲିସ ଏସ୍ଡ଼ିପିଓ ଓ ଅନ୍ୟମାନେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛନ୍ତି। ସାଗରିକା ଅବିବାହିତ ଥିଲେ ହେଲେ ଜଣେ ସଚ୍ଚୋଟ ଓ ନିର୍ଭିକ ପୁଲିସ ଅଫିସର ଭାବେ ବେଶ ଜଣାଶୁଣା ଥିଲେ। ସାଗରିକାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପୋଲିସ ଅଫିସରଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି।