Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଗାନ୍ଧୀଙ୍କ ଜୀବନର ମୂଲ୍ୟବୋଧକୁ ଆପଣାଇବା ହିଁ ମହାତ୍ମାଙ୍କୁ ଉଚିତ୍ ଶ୍ରଦ୍ଧାଞ୍ଜଳି – ଧର୍ମେନ୍ଦ୍ର ପ୍ରଧାନ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଗାନ୍ଧୀଙ୍କ ଜୀବନର ମୂଲ୍ୟବୋଧକୁ ଆପଣାଇବା ହିଁ ମହାତ୍ମାଙ୍କୁ ଉଚିତ୍ ଶ୍ରଦ୍ଧାଞ୍ଜଳି – ଧର୍ମେନ୍ଦ୍ର ପ୍ରଧାନ

ତେଲେଙ୍ଗାପେଣ୍ଠରେ ଗାନ୍ଧୀ ସଂକଳ୍ପ ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ରମନ୍ତ୍ରୀ

କଟକ,ଏନ୍ଏନ୍ଏସ୍: ସାରା ଦେଶରେ ବିଜେପିର ଗାନ୍ଧୀ ସଂକଳ୍ପ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଥିବାବେଳେ ଓଡିଶାର କଟକ ଜିଲ୍ଲା ତେଲାଙ୍ଗାପେଣ୍ଠରୁ ବାଲିସାହୀ ପର୍ଯ୍ୟନ୍ତ ବିଜେପିର ଗାନ୍ଧୀ ସଂକଳ୍ପ ପଦଯାତ୍ରାରେ ସାମିଲ ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ଶ୍ରୀ ପ୍ରଧାନ ଗାନ୍ଧୀଙ୍କ ଜୀବନର ମୂଲ୍ୟବୋଧକୁ ଦେଶବାସୀ ଆପଣାଇବା ହିଁ ମହାତ୍ମା ଗାନ୍ଧୀଙ୍କୁ ଉଚିତ୍ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ କହିଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଦେଶ ତଥା ରାଜ୍ୟର କୋଣ ଅନୁକୋଣରେ ବୁଧବାର ଗାନ୍ଧୀଜୀଙ୍କ ୧୫୦ତମ ଜୟନ୍ତୀ ପାଳନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ଗାନ୍ଧୀ ଜୟନ୍ତୀ ଅବସରରେ ବିଜେପି ପକ୍ଷରୁ ଓଡିଶାର ଏହି ଐତିହାସିକ ସ୍ଥାନ ତେଲେଙ୍ଗାନାପେଣ୍ଠରୁ ଗାନ୍ଧୀ ସଂକଳ୍ପ ପଦଯାତ୍ରା ଆୟୋଜନ କରାଯାଇଛି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ମହାତ୍ମା ଗାନ୍ଧୀଙ୍କ ସ୍ୱଚ୍ଛ ଭାରତ, ନିଶା ନିବାରଣ, ସ୍ୱଦେଶୀ ଅର୍ଥନୀତି, ନୈତିକତାଯୁକ୍ତ ଶିକ୍ଷା, ଗଣତନ୍ତ୍ରର ମୂଲ୍ୟବୋଧର ବାର୍ତ୍ତା ଏବେ ମଧ୍ୟ ମହତ୍ୱ ରଖିଛି। ପ୍ଲାଷ୍ଟିକ୍ ମୁକ୍ତ ଭାରତ, ପରିବେଶ ସୁରକ୍ଷା, ଜଳ ସଂରକ୍ଷଣ, ଜନସଂଖ୍ୟା ନିୟନ୍ତ୍ରଣ ମହାତ୍ମା ଗାନ୍ଧୀ ବିଚାରକୁ ଜନ ଆନ୍ଦୋଳନରେ ପରିଣତ କରିବା ଗାନ୍ଧୀଙ୍କ ଜନ୍ମଦିନର ଶ୍ରେଷ୍ଠ ଉପହାର ହେବ ବୋଲି ସେ କହିଛନ୍ତି।

ସେ କହିଛନ୍ତି ଯେ ସମାଜର ଅନ୍ତିମ ପାହାଚରେ ଥିବା ବ୍ୟକ୍ତି ପାଖରେ ସମସ୍ତ ଯୋଜନାର ଲାଭ ପହଞ୍ଚାଇବା ଥିଲା ବାପୁଙ୍କ ବିଚାରର ଅନ୍ୟତମ ମୂଳମନ୍ତ୍ର। କେନ୍ଦ୍ରରେ ହେଉ ବା ରାଜ୍ୟରେ ଭାରତୀୟ ଜନତା ପାର୍ଟିର ସରକାର ସବୁବେଳେ ଗରିବଙ୍କ ପାଇଁ ସମର୍ପିତ। ଗାନ୍ଧୀ ବିଚାରର ଲକ୍ଷ୍ୟ- ସର୍ବୋଦୟ। ଏହି ସର୍ବୋଦୟ ହିଁ ନରେନ୍ଦ୍ର ମୋଦୀଙ୍କ ଶାସନ ବ୍ୟବସ୍ଥାର ମୂଳବିନ୍ଦୁ। ଗରିବ ମା’ ଘରେ ଉଜ୍ଜ୍ୱଳା ମାଧ୍ୟମରେ ସ୍ୱଚ୍ଛ ଇନ୍ଧନ ପହଞ୍ଚାଇ ତା ଆଖିର ଲୁହ ପୋଛିବା ହେଉ କି ସ୍ୱଚ୍ଛ ଭାରତ ଅଭିଯାନରେ ଗରିବ ଘରେ ପାଇଖାନା, ଗରିବଙ୍କ ମୁଣ୍ଡ ଉପରେ ପକ୍କା ଘର ଅଥବା ଆୟୁଷ୍ମାନ ଯୋଜନା ମାଧ୍ୟମରେ ଦରିଦ୍ର, ବଂଚିତ, ନିଷ୍ପେସିତ ଓ ଅବହେଳିତଙ୍କ ସ୍ୱାସ୍ଥ୍ୟସେବା ହେଉ, ସବୁଠି ବାପୁଙ୍କ ସ୍ୱପ୍ନକୁ ସାର୍ଥକ କରିବା ପାଇଁ ମୋଦୀ ସରକାର ଅଙ୍ଗୀକାରବଦ୍ଧ।

ବାପୁଙ୍କ ସ୍ୱାବଲମ୍ବନଶୀଳତାର ସୂରୂପ ହେଉଛି ମୋଦିଙ୍କ ମେକ୍ ଇନ୍ ଇଣ୍ଡିଆ। ଗାନ୍ଧୀଜୀଙ୍କ ଦର୍ଶନର ସମାହାର ହିଁ ମୋଦୀଙ୍କ ମନ୍ତ୍ର ‘ସବ୍କା ସାଥ୍- ସବ୍କା ବିକାଶ-ସବ୍କା ବିଶ୍ୱାସ’। ବାପୁଙ୍କ ୧୫୦ତମ ଜୟନ୍ତୀ ଅବସରରେ ଏହି ମହାମାନବଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନବଭାରତ ନିର୍ମାଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଆହ୍ୱାନକୁ କାର୍ଯ୍ୟକାରୀ କରିବାକୁ ଶ୍ରୀ ପ୍ରଧାନ ଆହ୍ୱାନ କରିଛନ୍ତି।

ଭାରତକୁ ସିଙ୍ଗିଲ୍ ୟୁଜ୍ ପ୍ଲାଷ୍ଟିକ୍ ପ୍ରଭାବରୁ ମୁକ୍ତ କରିବା ତଥା ପରିବେଶ ସୁରକ୍ଷା, ପ୍ଲାଷ୍ଟିକ ବଦଳରେ କାଗଜ ଓ କପଡା ବ୍ୟାଗ୍ ବ୍ୟବହାର କରିବା, ଜଳ ସଂରକ୍ଷଣ ଓ ଜନସଂଖ୍ୟା ନିୟନ୍ତ୍ରଣ ବାର୍ତ୍ତାର ପ୍ରଚାର ସହ ଡିଜିଟାଲ ପ୍ଲାଟ୍ଫର୍ମକୁ ଲୋକପ୍ରିୟ କରିବା ପାଇଁ ପ୍ରତ୍ୟେକ ଜନସାଧାରଣଙ୍କ ପାଖକୁ ଯିବା ପାଇଁ ଶ୍ରୀ ପ୍ରଧାନ ଶପଥ ପାଠ କରାଇବା ସହ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତା ଜନସାଧାରଣଙ୍କ ସହିତ ଭାଗୀଦାର ହୋଇ ଦେଶର ବିକାଶ ଓ ଗରିବ କଲ୍ୟାଣ ଅଭିଯାନକୁ ଏକ ଜନ ଆନ୍ଦୋଳନରେ ପରିବର୍ତ୍ତନ କରିବା ପାଇଁ ସେ ଆହ୍ୱାନ କରିଥିଲେ।