ବାଲିଗୁଡା,ଏନ୍ଏନ୍ଏସ୍: କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ସିନ୍ଦୀଗାଁ ରାସ୍ତାରେ ବିପୁଳ ପରିମାଣର ଗଞ୍ଜେଇ ପୁଲିସ ଜବତ କରିଛି। ୧.୫ କ୍ୱିଣ୍ଟାଲ ଗଞ୍ଜେଇ ସହ ଏକ ଅଟୋକୁ ଜବତ କରିଛି ପୁଲିସ। ଏହାସହିତ ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି।
ସୂଚନା ଅନୁସାରେ, ବାଲିଗୁଡା ଥାନା ଏସଆଇ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ସିନ୍ଦ୍ରୀଗାଁ ଅଞ୍ଚଳ ରାସ୍ତାରେ ପାଟ୍ରୋଲିଂ କରୁଥିଲା। ଏହି ସମୟରେ ଏକ ଅଟୋକୁ ଯାଞ୍ଚ କରିଥିଲା। ସେଥିରୁ ଗଞ୍ଜେଇ ମିଳିଥିଲା। ଏହି ଗଞ୍ଜେଇ ବାହାର ଜିଲ୍ଲାକୁ ବେଆଇନ ଭାବେ ଚୋରାଚାଲାଣ ହେଉଥିବା ନେଇ ପୁଲିସ କୌଣସି ସୁତ୍ରରୁ ଖବର ପାଇ ଚଢଉ କରିଥିଲା।
ତେବେ ଗିରଫ ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି ବାଲିଗୁଡା ଥାନା ଅଞ୍ଚଳ ମହାସିଂ ପାଙ୍ଗାର ବିଦ୍ୟାଧର ମଳିକ। ଏନେଇ ବାଲିଗୁଡା ଥାନା ଅଧିକାରୀ ସୂଚନା ଦେଇଛନ୍ତି। ବାଲିଗୁଡା ଥାନାରେ ମାମାଲା ରୁଜୁ କରାଯିବା ସହ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ବାବା ଶଙ୍ଗର ସରାଫ ସୂଚନା ଦେଇଛନ୍ତି।