ଗଞ୍ଜାମରେ ବରିଷ୍ଠ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ପରେ ସରକାରୀ ଅଫିସକୁ ସର୍ବସାଧାରଣ ମନା

ବ୍ରହ୍ମପୁର,ଏନ୍ଏନ୍ଏସ୍: ଗଞ୍ଜାମ ଜିଲ୍ଲାର ସମସ୍ତ ସରକାରୀ ଅଫିସକୁ ସର୍ବସାରଣଙ୍କ ଯିବା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି। ଆସନ୍ତା ୧୦ ଦିନ ପର୍ଯ୍ୟନ୍ତ କୌଣସି ସରକାରୀ ଅଫିସକୁ ସର୍ବସାଧାରଣ ଯାଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ଜିଲ୍ଲାର ଜଣେ ବରିଷ୍ଠ ଅଧିକାରୀ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ସଂକ୍ରମଣକୁ ରୋକିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ଏ ସମ୍ପର୍କରେ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ କରି ସୂଚନା ଦେବା ସହିତ ଅଧିକାରୀଙ୍କ ଆରୋଗ୍ୟ କାମନା କରିଛନ୍ତି।