ଚାଷୀଙ୍କୁ ମିଳିଲା କାଳିଆ ସହାୟତା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉତ୍କଳ ଦିବସ ଅବସରରେ ‘କାଳିଆ’ ସହାୟତା ପ୍ରଦାନ କରିଛନ୍ତି । ଏହିକ୍ରମେ ୪୩ ଲକ୍ଷରୁ ଅଧିକ ଚାଷୀଙ୍କ ବ୍ୟାଙ୍କ ଖାତାରେ ୮୭୭ କୋଟି ଟଙ୍କା ସହାୟତା ଜମା ହୋଇଛି । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ କାଳିଆ ସହାୟତା ମିଳିଥିବା ଜଣାପଡ଼ିଛି ।