ପୂଜା ପାଇଁ ଗାଇଡଲାଇନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଗାମୀ ମାସରେ ପାର୍ବଣ ଋତୁ ଆରମ୍ଭ ହେବାକୁ ଯାଉଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ କିଛି ଗାଇଡଲାଇନ ଜାରି କରାଯାଇଛି। ଦୁର୍ଗା ପୂଜା, କାଳୀ ପୂଜା ଓ ଲକ୍ଷ୍ମୀ ପୂଜା ପାଳନ ନେଇ ଗାଇଡଲାଇନ ଜାରି ହୋଇଛି। ଚଳିତ ବର୍ଷ କେବଳ ପରମ୍ପରା ବଜାୟ ରଖିବା ପାଇଁ ପୂଜା ଅନୁଷ୍ଠିତ ହେବ। ମଣ୍ଡପରେ ପୂଜା ପାଇଁ ଜିଲ୍ଲାପାଳ, କମିଶନରଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଜିଲ୍ଲାମାନଙ୍କରେ ଜିଲ୍ଲାପାଳ, ଟ୍ୱିନସିଟିରେ କମିଶନରଙ୍କ ଅନୁମତି ଜରୁରୀ। ପୂଜା ମଣ୍ଡପରେ ସର୍ବସାଧାରଣ ଦର୍ଶନ ସମ୍ପୂର୍ଣ୍ଣ ବନ୍ଦ ରହିବ। ମଣ୍ଡପରେ ମୂର୍ତ୍ତିଗୁଡ଼ିକର ଉଚ୍ଚତା ୪ ଫୁଟ ରହିବ। ମଣ୍ଡପରେ କର୍ତ୍ତା ଓ ବ୍ରାହ୍ମଣଙ୍କୁ ମିଶାଇ ୭ ଜଣରୁ ଅଧିକ ରହିବେନି। ମଣ୍ଡପରେ ଉପସ୍ଥିତ ସମସ୍ତେ ସାମାଜିକ ଦୂରତ୍ୱ, ମାସ୍କ ଆଦି ନିୟମକୁ ପାଳନ କରିବାକୁ ପଡ଼ିବ। ଭସାଣୀ ଉତ୍ସବ ହେବନି କିନ୍ତୁ କୁତ୍ରିମ ପୋଖରୀରେ ମୂର୍ତ୍ତି ବିସର୍ଜନ କରାଯିବ।