ଗୁଣପୁର,ଏନ୍ଏନ୍ଏସ୍: କେନ୍ଦ୍ର ସରକାରଙ୍କ ୩ ଟି ନୂଆ କୃଷି ଆଇନକୁ ବିରୋଧ କରି ଦେଶବ୍ୟାପୀ ଚାଷୀ ଆନ୍ଦୋଳନ ଜାରି ରଖିଥିବାବେଳେ ଆଜି ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଗୁଣପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଖିଳ ଭାରତ କିଷାନ ସଂଗଠନର ନେତୃତ୍ୱରେ ବିଭିନ୍ନ ଚାଷୀ ସଂଗଠନ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଅଖିଳ ଭାରତ କିଷାନ ମଜଦୁର ସଂଘ ପକ୍ଷରୁ କୃଷିଭିତ୍ତିକ ବିଲ୍ ପ୍ରତ୍ୟାହାର ଦାବିରେ ଉପଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ଶତାଧିକ କର୍ମୀ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।