Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଅବସରପ୍ରାପ୍ତ ହାବିଲଦାରଙ୍କ ଝୁଲନ୍ତା ଶବ ଉଦ୍ଧାର – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଅବସରପ୍ରାପ୍ତ ହାବିଲଦାରଙ୍କ ଝୁଲନ୍ତା ଶବ ଉଦ୍ଧାର

କନ୍ଧମାଳ,ଏନ୍‌ଏନ୍‌ଏସ୍‌: ସଦର ଥାନା ଅନ୍ତର୍ଗତ ରୁଜାଙ୍ଗି ଅଞ୍ଚଳର ଜଣେ ଅବସରପ୍ରାପ୍ତ ହାବିଲଦାରଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତକ ଜଣକ ହେଲେ ରୁଜାଙ୍ଗି ଗ୍ରାମର ପୀତବାସ ଦିଗାଲ(୬୧) । ମୃତ୍ୟୁର କାରଣ ଜଣାପଡ଼ି ନଥିବାବେଳେ ପୀତବାସଙ୍କୁ ହତ୍ୟା କରାଯାଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି ।

ମିଳିଥିବା ରିପୋର୍ଟ ମୁତାବକ, ପୀତବାସ ବୁଧବାର ଦଶହରା ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରିବା ପରେ ପୁଅ ସହ କୌଣସି କଥାକୁ ନେଇ ମନାନ୍ତର ହୋଇଥିଲା । ଏହାପରେ ପୀତବାସ ଦିନ ପ୍ରାୟ ୧ଟା ବେଳେ ଘରୁ ଯାଇ ଆଉ ଫେରି ନଥିଲେ । ଘରଲୋକେ ବହୁ ଖୋଜାଖୋଜି କରି ନ ପାଇବାରୁ ସଦର ଥାନାରେ ଏକ ନିଖୋଜ ରିପୋର୍ଟ ଦାୟର କରିଥିଲେ । ଆଉ ଆଜି ସକାଳୁ ଗାଁ ନିକଟସ୍ଥ ଜଙ୍ଗଲର ଏକ ଗଛରେ ତାଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ପୁଲିସକୁ ସୂଚନା ଦେବା ପରେ ସଦର ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା । ସାଇଣ୍ଟିଫିକ ଟିମ ଓ ଡଗ୍ ସ୍କ୍ୱାର୍ଡ ଘଟଣାସ୍ଥଳରେ ପହଞ୍ଚି ଛାନଭିନ କରୁଛନ୍ତି । ମୃତକଙ୍କ ସ୍ତ୍ରୀ ପ୍ରେମଶୀଳାଙ୍କ ଏତାଲାକ୍ରମେ ସଦର ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଲାଇଥିବା ନେଇ ଥାନାଧିକାରୀ ସୀତାଂଶୁ ଶେଖର ମାନ୍ଧାତା ସୂଚନା ଦେଇଛନ୍ତି । ଅନ୍ୟପଟେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ସଦର ଏସଡିପିଓ ସୁପ୍ରସନ୍ନ ମଲ୍ଲିକ କହିଛନ୍ତି ।