ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଭୁଲୁଦା ଗ୍ରାମର ତଳସାହିରେ ଘର ଭିତରୁ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବତୀ ଜଣକ ହେଲେ ଭୁଲୁଦା ଗ୍ରାମର ରଞ୍ଜନ କୁମାର ନାୟକଙ୍କ ଝିଅ ତିଳତ୍ତୋମା ନାୟକ। ସମ୍ପୃକ୍ତ ଯୁବତୀ ଜଣକ ଆଜି ସକାଳୁ ସିଡ଼ି ଘର ଭିତରେ ନିଜ ଚୁନିକୁ ବେକରେ ଲଗାଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଦେଖିବା ପରେ ତୁରୁମୁଙ୍ଗା ପୁଲିସକୁ ଖବର ଦେଇଥିଲେ। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ôଚ ମୃତଦେହକୁ ଉଦ୍ଧାର କରି ତଦନ୍ତ ଜାରି ରଖିଛିି।