ଯୁବକଙ୍କ ଝୁଲନ୍ତା ଶବ ଉଦ୍ଧାର

ମାଲକାନଗିରି, ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାର ଏମଭି-୭୯ ଥାନା ତେଲରାଇ ପଞ୍ଚାୟତର ଉରନାଗୁଡ଼ା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଶବ ଉଦ୍ଧାର କରାଯାଇଛି। ଗତକାଲି ରାତିରେ ଗ୍ରାମର ଦେବା କବାସୀ ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ସ୍ୱାମୀ ଦେବା ତାଙ୍କ ସ୍ତ୍ରୀଙ୍କୁ ମାରପିଟ କରିବା ଫଳରେ ତାଙ୍କ ସ୍ତ୍ରୀ ନିଜ ସମ୍ପର୍କିୟଙ୍କ ଘରକୁ ଚାଲିଯାଇଥିଲେ। ତେବେ ସକାଳେ ଦେବାଙ୍କ ଝୁଲନ୍ତା ଶବ ଦେଖିବାକୁ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ଜଣାପଡ଼ିନାହିଁ। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।