ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ବାଉଁଶୁଳି ଗ୍ରାମରେ ଥିବା ଏକ ଆମ୍ବ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ବାଉଁଶୁଳି ଗ୍ରାମ ଗୋପାଳିସାହିର ରବୀନ୍ଦ୍ର ନାଏକଙ୍କ ପୁଅ ଚିନ୍ମୟ ନାଏକ। ସେ ମାନସିକ ବିକୃତ ଥିବା ପାରିବାର ଲୋକେ କହୁଥିବା ବେଳେ ଆଜି ସକାଳୁ ଏକ ଆମ୍ବ ଗଛରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଖବରପାଇ ଅଗ୍ନିଶମ ବାହିନୀ ଓ ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି।