ନୂଆଦିଲ୍ଲୀ: ହରିୟାଣା ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ଭିିଜ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସେ ସିଭିଲ ହସ୍ପିଟାଲ ଅମ୍ବାଲା କେଣ୍ଟରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ ଗତ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କୁ କରୋନା ଟେଷ୍ଟ କରାଇବା ପାଇଁ ପରାମର୍ଶ ଦେଇଛନ୍ତି।
