ରାଜ୍ୟରେ ଘନ କୁହୁଡ଼ି: ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୩ ଦିନ ହେବ ଘନ କୁହୁଡି ଯୋଗୁଁ ଯାତାୟାତ ବେଳେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଆଜି ମଧ୍ୟ ବିଭିନ୍ନ ସ୍ଥାନରେ କୁହୁଡି ହୋଇଛି। ଆସନ୍ତା କାଲି ଯାଏଁ ସକାଳ ସମୟରେ ଘନ କୁହୁଡ଼ିର ମାତ୍ରା ବୃଦ୍ଧି ନେଇ ସତର୍କ କରାଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡିର ମାତ୍ରା ସର୍ବାଧିକ ରହିବ। ଅନୁଗୁଳ, ଢ଼େଙ୍କାନଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ପୁରୀ, ସୁନ୍ଦରଗଡ଼ ଏବଂ ବୌଦ୍ଧ ଜିଲ୍ଲାରେ ଘନ କୁହୁଡ଼ି ହେବ ବୋଲି ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ସକାଳ ପର୍ଯ୍ୟନ୍ତ ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢ଼େଙ୍କାନାଳ ଏବଂ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ସବୁ ଜିଲ୍ଲାରେ ସତର୍କ ରହିବାକୁ ପୁଲିସ ଓ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି ଏସଆରସି।