ଆଉ ଏକ ଲଘୁଚାପ, ପ୍ରବଳବର୍ଷିବ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସମୁଦ୍ର ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନର ରୂପ ନେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ତାରିଖଠାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟକୁ ଯାଇଥିବେ, ସେମାନଙ୍କୁ ଫେରିଆସିବା ପାଇଁ ମଧ୍ୟ ସତର୍କ କରାଯାଇଛି। ଏପଟେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ କମିଶନଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଅନ୍ୟପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଘନ କୁହୁଡ଼ି।