Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
୧୮ ଜିଲ୍ଲାରେ ପ୍ରବଳ ବର୍ଷିବ, ସଜାଗ ରହିବାକୁ ନିର୍ଦ୍ଦେଶ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

୧୮ ଜିଲ୍ଲାରେ ପ୍ରବଳ ବର୍ଷିବ, ସଜାଗ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ବିଶେଷକରି ରାଜ୍ୟର ୮ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବାବେଳେ ୪ଟି ଜିଲ୍ଲାକୁ ରେଡ୍ ଓ ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ରବିବାର ପୂର୍ବାହ୍ନ ପର୍ଯ୍ୟନ୍ତ ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ଏଥିପାଇଁ ଏହି ୪ଟିି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଖାଲି ବର୍ଷା ନୁହେଁ ସ୍ଥଳବିଶେଷରେ ଏହି ଜିଲ୍ଲାର ତଳିଆ ଅଞ୍ଚଳଗୁଡ଼ିକରେ ବନ୍ୟା ସମ୍ବାବନା ରହିଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ଼, ବୌଦ୍ଧ, ଅନୁଗୁଳ, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଏପଟେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଢେଙ୍କାନାଳ, କଟକ ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ତେବେ ଏହା ବ୍ୟତୀତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ମଧ୍ୟ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପଶ୍ଚିମ-କେନ୍ଦ୍ରୀୟ ସମୁଦ୍ର ଅଶାନ୍ତ ରହିବ। ଏହି ସମୟ ମଧ୍ୟରେ ବିଭିନ୍ନ ସ୍ଥାନରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିପାରେ। ତେବେ ରାଜ୍ୟରେ ବର୍ଷାର ପରିମାଣ ସୋମବାରଠାରୁ କମିବାର ଯଥେଷ୍ଟ ସମ୍ବାବନା ଥିବାବେଳେ ଆସନ୍ତା ୧୦ ତାରିଖରୁ ପୁଣି ବର୍ଷାର ପରିମାଣ ବଢ଼ିବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

 ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସଜାଗ ରହିବାକୁ ଏସଆରସି ଚିଠି ଲେଖିଛନ୍ତି। ସମ୍ଭାବ୍ୟ ବନ୍ୟା ପରିସ୍ଥିତି ଓ ଭୂସ୍ଖଳନ ପାଇଁ ବିଶେଷ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି। ଲୋକଙ୍କୁ ସୁରକ୍ଷିତ ଭାବେ ସ୍ଥାନାନ୍ତର ସହ ଖାଦ୍ୟ ପାନୀୟ ବ୍ୟବସ୍ଥା ସୁନିଶ୍ଚିତ କରିବା ପାଇଁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।(ଦୀପକ)