ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗ ପକ୍ଷରୁ ସୂଚନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତ କିଛି ଦିନ ହେବ ରାଜ୍ୟରେ ଦିନରେ ସାମାନ୍ୟ ବର୍ଷା ହେଉଥିବାବେଳେ ରାତିରେ ପ୍ରବଳ ବର୍ଷା ହେଉଛି। ଏଭଳି ସ୍ଥିତିରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଏଥିରେ ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେହିପରି କୋରାପୁଟ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ସମ୍ବଲପୁର ଓ ଗଜପତି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାର ପରବର୍ତ୍ତୀ ୨ ଦିନ ଓଡ଼ିଶାରେ କମ୍ ବର୍ଷା ରହିବ। ୧୯ ତାରିଖଠାରୁ ପୁଣିଥରେ ବର୍ଷା ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।