ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜିଲ୍ଲାଗୁଡ଼ିକର ଗୋଟିଏ ଏବଂ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଏହି ୧୧ ଜିଲ୍ଲା ହେଲା- ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର ଓ ବରଗଡ଼।

ସେହିପରି ଅଗଷ୍ଟ ୨୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।