ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ତେବେ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଆଜି ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ରାଜ୍ୟରେ ଆଜିଠୁ ୩ ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

ଏହି ସମୟରେ କଳାହାଣ୍ଡି, ବଲାଙ୍ଗିର, ବରଗଡ଼, ବୌଦ୍ଧ, କନ୍ଧମାଳ, କୋରାପୁଟ, ଜଗତସିଂହପୁର, କେନ୍ଦ୍ରାପଡା, ପୁରୀ ଓ ମୟୂରଭଞ୍ଜ ଜିଲ୍ଲାର ପ୍ରବଳ ବର୍ଷା ହୋଇପାରେ। ସେହିପରି ବୌଦ୍ଧ, ଗଞ୍ଜାମ, କନ୍ଧମାଳ, କଟକ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଖୋର୍ଦ୍ଧାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି।