ରାଜ୍ୟର ୨ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୨ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ୨ଟି ଜିଲ୍ଲାରେ ମୟୂରଭଞ୍ଜ ଓ ବାଲେଶ୍ୱର ରହିଛି।
ଅନ୍ୟପଟେ ପାଣିପାଗ ବିଭାଗ ପକ୍ଷରୁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହି ୮ଟି ଜିଲ୍ଲାରେ ଦେବଗଡ଼, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ରହିଛି। ଏହି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।