- ଭୁବନେଶ୍ୱର: ମିଆଁମାର ଓ ନିକଟବର୍ତ୍ତୀ ମର୍ତାବାନ ଉପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟାରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ ଓ ୨୪ ତାରିଖ ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓଡ଼ିଶା ଉପକୂଳ ନିକଟରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଏହି ଲଘୁଚାପ ପ୍ରଭାବରେ ୨୫ ତାରିଖଠାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲା ବିଶେଷକରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ୨୫ ଓ ୨୬ ତାରିଖରେ ମତ୍ସଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି।