ମୌସୁମୀ ବର୍ଷାରେ ଭିଜିବ ଓଡିଶା, ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଜାରି ହେଲା ୟେଲୋୱାର୍ଣ୍ଣିଂ

ଭୁବନେଶ୍ୱର,ଏନ୍ଏନ୍ଏସ୍: ସାରା ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି। ମୌସୁମୀ ବର୍ଷାରେ ଭିଜୁଛି ସାରା ଓଡିଶା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ହେଲେ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଅଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ସମ୍ବଲପୁର, ବରଗଡ, ନୂଆପଡା, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ହେଲେ ଅନ୍ୟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।