କଳାହାଣ୍ଡି,ଏନ୍ଏନ୍ଏସ୍: କଳାହାଣ୍ଡି ଜିଲ୍ଲାରେ ହାଇକୋର୍ଟ ବେଞ୍ଚ ସ୍ଥାପନ କରିବା ପାଇଁ ସୋମବାର ଭବାନୀପାଟଣାରେ ମିଳିତ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଛି। ଏହି ପରିପ୍ରେକ୍ଷୀରେ ସୋମବାର ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବିରେ ଆଜି ଜିଲ୍ଲା ସେସନ କୋର୍ଟ ପରିସରରେ ଥିବା ମଧୁବାବୁ ପ୍ରତିମୂର୍ତ୍ତି ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିରେ ଜିଲ୍ଲାର ବିଭିନ୍ନ ସଂଗଠନର ସଦସ୍ୟମାନେ ଉପସ୍ଥିତ ରହି ଧାରଣାରେ ବସିଛନ୍ତି।