ବୌଦ୍ଧ,ଏନ୍ଏନ୍ଏସ୍: ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ। ବୌଦ୍ଧ ଜିଲ୍ଲା ପୁରୁଣା କଟକ ଥାନା ୫୭ ନମ୍ବର ଜାତୀୟ ରାଜପଥର ୪ ଛକ ନିକଟରେ ହାଇୱାକୁ ପଛପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍। ଫଳରେ ବସରେ ଥିବା ୪ ଜଣ ଯାତ୍ରୀ ଆହତ। ସୂଚନା ମୁତାବକ ଆଜି ଭୋର ସକାଳୁ ମାଲକାନଗିରିରୁ ଭୁବନେଶ୍ୱର ଯାଉଥିବା ସାଇରାମ ନାମକ ଯାତ୍ରୀବାହୀ ବସ ଏକ ହାଇୱାକୁ ପଛପଟୁ ଧକ୍କା ଦେଇଥିଲା। ଫଳରେ ବସରେ ଥିବା ୪ ଜଣ ଯାତ୍ରୀ ଆହତ ହୋଇଥିଲେ।
ଖବରପାଇ ହରଭଙ୍ଗା ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ତେବେ ବସରେ ଥିବା ୪୦ ଜଣ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡ଼ିଛି। ଅନ୍ୟପଟେ ହାଇୱା ଘଟଣାସ୍ଥଳରୁ ଫେରାର ମାରିଥିବା ଜଣାପଡିଛି। ତେବେ କେଉଁ ପରିସ୍ଥିତିରେ ଏହି ଦୁର୍ଘଟଣା ଘଟିଲା ଏ ସମ୍ପର୍କରେ ପୁରୁଣାକଟକ ପୁଲିସ ଅଧିକ ତଦନ୍ତ କରୁଛି।