ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭୁବନେଶ୍ୱର ଆସୁଛନ୍ତି। ଆଜି ସକାଳ ୧୦ଟା ୧୦ରେ ଭୁବନେଶ୍ୱରରେ ପହଞ୍ଚିବାର ସୂଚନା ମିଳିଛି। ଏହାପରେ ସେ ଲୋକସେବା ଭବନରେ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ୧୦ଟା ୪୦ରୁ ଅପରାହ୍ଣ ୨ଟା ଯାଏଁ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ୨ଟା ୩୦ରୁ ଅପରାହ୍ଣ ୪ଟା ଯାଏ ଜନତା ମଇଦାନରେ ସିଏଏ ସମର୍ଥନରେ ସଭା କରିବାର କାର୍ଯ୍ୟକ୍ରମ ରହିଛି।
ପରେ ସନ୍ଧ୍ୟା ୬ଟାରୁ ୭ଟା ୩୦ ମଧ୍ୟରେ ବିଜେପିର ୨ଶହରୁ ଅଧିକ ପ୍ରମୁଖ ନେତାଙ୍କୁ ନେଇ ରୁଦ୍ଧଦ୍ୱାର ବୈଠକ କରିବେ। ଏହି ବୈଠକରେ ସବୁ ବିଧାୟକ, ସବୁ ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀ, ଜିଲ୍ଲା ସଭାପତି, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଉପସ୍ଥିତ ରହିବେ। ସେହିପରି ଏଥିରେ ଆୟୋଜକ ଅଧ୍ୟକ୍ଷ ଭାବରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ରହିବେ। ଏଥିରେ ସାଂଗଠନିକ ସ୍ଥିତି ଓ ଆଗାମୀ ରଣନୀତି ଉପରେ ଆଲୋଚନା ହେବ।
୨୯ ତାରିଖ ସକାଳେ ଶ୍ରୀଜଗନ୍ନାଥ ଓ ଲିଙ୍ଗରାଜଙ୍କୁ ଦର୍ଶନ କରିବା ପରେ ଅମିତ ଶାହ ଦିଲ୍ଲୀ ଫେରିଯିବେ। ଏହି ବୈଠକରେ ପଶ୍ଚିମବଙ୍ଗ, ବିହାର ଓ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି।