ସ୍ୱର୍ଗତ ସୁଶୀଳା ଦେବୀଙ୍କ ସମ୍ମାନରେ ଗୃହକୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି। ରାଜ୍ୟର ପ୍ରଥମ ମହିଳାଙ୍କ ଦେହାନ୍ତରେ ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏନେଇ ବିଧାନସଭାରେ ଶୋକ ପ୍ରକାଶ ପରେ ମହାନ ଆତ୍ମାକୁ ସମ୍ମାନ ଉଦ୍ଦେଶ୍ୟରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି।