ବିଜେପିରେ ସାମିଲ ହେଲେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ରାଜ୍ୟସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଆଜି କଂଗ୍ରେସ ନେତା ତଥା ବାରଙ୍ଗ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ଗୁରୁଚରଣ ସ୍ୱାଇଁ ବିଜେପିିରେ ସାମିଲ ହୋଇଛନ୍ତି। ଏଥିସହିତ କୁରାଙ୍ଗ ଶାସନର ପୂର୍ବତନ ସରପଞ୍ଚ ଦିଲ୍ଲୀପ କୁମାର ପାତ୍ର, ବିଚିତ୍ରାନନ୍ଦ ପ୍ରଧାନ, ଅଶୋକ ଚକ୍ରବର୍ତ୍ତୀ, ମୁରଲୀଧର ନାୟକଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ତେବେ ଏହି ମିଶ୍ରଣ ପର୍ବ ସମୟରେ ସାମାଜିକ ଦୂରତା ନିୟମର ପାଳନ କରାଯାଇଛି।

ରାଜ୍ୟ ସଭାପତି ଶ୍ରୀ ମହାନ୍ତି ସମସ୍ତ ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି। ଶ୍ରୀ ମହାନ୍ତି ସମସ୍ତ ନୂତନ ସଦସ୍ୟଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି। ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଅନ୍ୟପଟେ କଂଗ୍ରେସର ଅନୀତି ଓ ଭଷ୍ଟ୍ରାଚାରରେ ଅସହ୍ୟ ହୋଇ ଦଳ ଛାଡି ବିଜେପିରେ ସାମିଲ ହୋଇଛନ୍ତି ବୋଲି ସଦ୍ୟ ଯୋଗ ଦେଇଥିବା ନେତାମାନେ କହିଛନ୍ତି।