Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
ଆଇଏଏସ ସ୍ତରରେ ଅଦଳବଦଳ: ଶାଳିନୀ ପଣ୍ଡିତ ସ୍ୱାସ୍ଥ୍ୟ ସଚିବ – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

ଆଇଏଏସ ସ୍ତରରେ ଅଦଳବଦଳ: ଶାଳିନୀ ପଣ୍ଡିତ ସ୍ୱାସ୍ଥ୍ୟ ସଚିବ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟ ସରକାର ଆଜି ଆଇଏଏସ ଅଫିସରସ୍ତରରେ ଏକ ଅଦଳବଦଳ କରିଛନ୍ତି । ଦୀର୍ଘଦିନ ଧରି ଅତିରିକ୍ତ ଦାୟିତ୍ୱରେ ଚାଲୁଥିବା ସ୍ୱାସ୍ଥ୍ୟ ବିଭାଗକୁ ଏବେ ଫୁଲଟାଇମ୍ ସଚିବ ମିଳିଛି । ଏନଏଚଏମ୍ ନିର୍ଦ୍ଦେଶିକା ତଥା ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ୨୦୦୧ ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ସଚିବ ତଥା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି । ଆଇଏଏସ୍ ଆରକେ ଶର୍ମା ଦୀର୍ଘଦିନ ଧରି ଛୁଟିରେ ଥିବାରୁ ତାଙ୍କ ସ୍ଥାନରେ ଶକ୍ତି ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ କିଶୋର ଧଳ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱରେ ରହିଥିଲେ ।

ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଶ୍ରୀ ଧଳଙ୍କଠୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ କାଢ଼ି ନିଆଯାଇଛି। ଏଣିକି ସ୍ୱାସ୍ଥ୍ୟ ବିଭାଗର ସଚିବ ଦାୟିତ୍ୱ ଶ୍ରୀମତୀ ପଣ୍ଡିତ ତୁଲାଇବେ । ଶ୍ରୀ ଧଳ ଶକ୍ତି ବିଭାଗ ସହ ଅତିରିକ୍ତ ଭାବେ ଅବକାରୀ ସଚିବ ଓ ଗ୍ରୀଡ଼କୋ ଅଧ୍ୟକ୍ଷ ଦାୟିତ୍ୱରେ ରହିବେ ।

୧୯୯୬ ବ୍ୟାଚ୍ ଆଇଏଏସ୍ ତଥା କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀଙ୍କଠୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ କାଢ଼ି ନିଆଯାଇ ତାଙ୍କୁ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ସେ ଉଭୟ ବିଭାଗ ଦାୟିତ୍ୱରେ ରହିବେ ।

ସେହିପରି ୧୯୯୯ ବ୍ୟାଚ୍ ଆଇଏଏସ୍ ଭାସ୍କରଜ୍ୟୋତି ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ପଦରୁ ହଟାଇ ଦିଆଯାଇଛି । ସେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ । ସେ ଅତିରିକ୍ତ ଭାବେ ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଦାୟିତ୍ୱ ତୁଲାଇବେ । ଶ୍ରୀ ଶର୍ମାଙ୍କ ସ୍ଥାନରେ ୧୯୯୯ ବ୍ୟାଚ୍ ଆଇଏଏସ୍ ଶୁଭା ଶର୍ମା ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ ।ସେହିପରି ୧୯୯୮ ବ୍ୟାଚ୍ ଆଇଏଏସ୍ ସୁରେଶ କୁମାର ବଶିଷ୍ଠଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେ ରାଜ୍ୟ ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ ।

ସେହିପରି ୨୦୦୮ ବ୍ୟାଚ୍ ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ସେ ଓରମାସ୍ ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ୨୦୧୦ ବ୍ୟାଚ୍ ଆଇଏଏସ୍ ଡଃ ବୃନ୍ଦା ଡିଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନ(ଏନଏଚଏମ)ର ମିଶନ ନିର୍ଦ୍ଦେଶିକା ଭାବେ ନିଯୁକ୍ତି ମିଳିଛି । ସେ ଅତିରିକ୍ତ ଭାବେ ଓଡ଼ିଶା ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଓ ଖାଦ୍ୟ ନିରାପତ୍ତା କମିଶନର ଭାବେ କାର୍ଯ୍ୟ କରିବେ ।

ସେହିପରି ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ଆଇଆରଟିଏସ୍ ଅଫିସର ସଞ୍ଜୟ କୁମାର ମିଶ୍ରଙ୍କୁ ଅତିରିକ୍ତ ଭାବେ ଓପିଟିସିଏଲ୍ ପରିଚାଳନା ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଦାୟିତ୍ୱ ନ୍ୟସ୍ତ ହୋଇଛି ।

ସେହିପରି ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ସରୋଜ କୁମାର ମିଶ୍ରଙ୍କୁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି କରାଯାଇଛି । ସେ ପୂର୍ବଭଳି ଗୃହ ବିଭାଗର ସ୍ୱତନ୍ତ୍ର ସଚିବ(ପ୍ରୋଟୋକଲ)ର ଅତିିରକ୍ତ ଦାୟିତ୍ୱ ତୁଲାଇବେ ।