ଭୁବନେଶ୍ୱରରେ ସୁସ୍ଥ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରାଜ୍ୟ By Nitidin On Dec 10, 2020 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୩୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫ଜଣ ଓ ସ୍ଥାନୀୟ ସଂକ୍ରମଣ ୨୨ଜଣ ରହିଛନ୍ତି। ଅନ୍ୟପଟେ ୩୩ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଆଜି ସୁସ୍ଥ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୪୧କୁ ବୃଦ୍ଧି ପାଇଥିବାବେଳେ ୩୦ ହଜାର ୪୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୨୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୩୨୬ ଜଣଙ୍କର ଚିକିତ୍ସିତ ହେଉଛନ୍ତି। Share