ରାଜଧାନୀରେ ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ବଢ଼ୁଛି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ଆଜି ଆଉ ୫୬୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୦ଜଣ ଓ ସ୍ଥାନୀୟ ସଂକ୍ରମଣ ୪୪୭ଜଣ ରହିଛନ୍ତି। ଅନ୍ୟପଟେ ୧୧୩୫ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨ହଜାର ୬୮୫ ହୋଇଥିବାବେଳେ ୭୬ହଜାର ୨୩୮ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୩୬୯ଜଣଙ୍କର ମୃତ୍ୟୁ ଘଟିଛି ଓ ୬,୦୫୭ଜଣ ଚିକିତ୍ସିତ ହେଉଛନ୍ତି।