ରାଜଧାନୀରେ ପୁଣି ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩୧୪ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୮୪ ଜଣ ଓ ସ୍ଥାନୀୟ ସଂକ୍ରମଣ ୨୩୦ ଜଣ ରହିଛନ୍ତି। ଅନ୍ୟପଟେ ୩୫୪ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ଆଜି ଆକ୍ରାନ୍ତଙ୍କ ତୁଳନାରେ ସୁସ୍ଥ ସଂଖ୍ୟା ଅଧିକ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୨୨୮ ହୋଇଥିବାବେଳେ ୨୦ ହଜାର ୫୭୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୩,୫୩୧ଜଣ ଚିକିତ୍ସିତ ହେଉଛନ୍ତି।