ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଗତ ୨୪ ଘଣ୍ଟାରେ ଆଉ ୧୭,୪୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଦେଶରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୧ କୋଟି ୧୧ ଲକ୍ଷ ୫୬ ହାଜର ୬୨୩ରେ ପହଞ୍ଚିଛି। ସେହିପରି କରୋନାରେ ଗତ ୨୪ ଘଣ୍ଟାରେ ୮୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୪,୦୩୧ ଜଣ ସୁସ୍ଥ ହୋଇଛନ୍ତି।
ଏଥିସହିତ ଦେଶରେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୩ ହଜାର ୪୧୩ରେ ରହିଛି। ଅନ୍ୟପଟେ ଦେଶରେ ୧ କୋଟି ୮ ଲକ୍ଷ ୨୬ ହଜାର ୭୫ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧ ଲକ୍ଷ ୫୭ ହଜାର ୪୩୫ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ମିଳିଛି।