ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୩,୪୫୫ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଫଳରେ ମୋଟ ସୁସ୍ଥସଂଖ୍ୟା ୨ଲକ୍ଷ ୧୩ ହଜାର ୬୭୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସୁସ୍ଥ ହୋଇଥିବା କରୋନା ରୋଗୀଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୫୭୧, କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୁଳରୁ ୧୭୫, ଯାଜପୁରରୁ ୧୬୬, ବରଗଡ଼ରୁ ୧୩୩, ମୟୁରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ ୧୧୬, ବଲାଙ୍ଗିରରୁ ୧୦୪, କେନ୍ଦୁଝରରୁ ୧୦୧, କେନ୍ଦ୍ରାପଡ଼ାରୁ ୯୯, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୮୮ ଲେଖାଏଁ, ନୂଆପଡ଼ା ଜିଲ୍ଲାରୁ ୭୨ଜଣ ରହିଛନ୍ତି। ସେହିପରି ନବରଙ୍ଗପୁରରୁ ୭୧, ନୟାଗଡ଼ରୁ ୭୦, ଢେଙ୍କାନାଳରୁ ୬୧, ମାଲକାନଗିରିରୁ ୫୮, ଭଦ୍ରକ ଓ ସୋନପୁରରୁ ୫୬ ଲେଖାଏଁ, ସୁନ୍ଦରଗଡ଼ରୁ ୫୪, କଳାହାଣ୍ଡି ଓ ରାୟଗଡ଼ାରୁ ୪୧, କୋରାପୁଟରୁ ୩୫, ଗଞ୍ଜାମରୁ ୩୪, ଗଜପତିରୁ ୩୩, ବୌଦ୍ଧରୁ ୩୧, ଦେଓଗଡ଼ରୁ ୧୩ ଓ ଷ୍ଟେଟପୋଲରୁ ୨୪୩ ରୋଗୀ ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ୨ଲକ୍ଷ ୪୦ ହଜାର ୯୯୮କୁ ବୃଦ୍ଧି ପାଇଥିବାବେଳେ ୨ଲକ୍ଷ ୧୩ ହଜାର ୬୭୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯୫୮ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୯ଲକ୍ଷ ୭୭୦ଜଣ ଚିକିତ୍ସିତ ହେଉଛନ୍ତି।