ରାଜ୍ୟର କରୋନା ଯୋଦ୍ଧାଙ୍କୁ ମାଗଣାରେ ଟିକା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୩ଟି ପର୍ଯ୍ୟାୟଭୁକ୍ତ ବ୍ୟକ୍ତିବଶେଷଙ୍କୁ ମାଗଣାରେ ଟିକା ପ୍ରଦାନ କରାଯିବ। ପୌର, ସ୍ୱାସ୍ଥ୍ୟ ଓ ପାନୀୟ ଜଳ କର୍ମଚାରୀଙ୍କୁ ମାଗଣାରେ ଟିକା ମିଳିବ। ବୟସ୍କ ବ୍ୟକ୍ତିଙ୍କୁ ମଧ୍ୟ ମାଗଣାରେ ଟିକା ମିଳିବ ବୋଲି ଜଣାପଡ଼ିଛି। ଏନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାଶ ସୂଚନା ଦେଇଛନ୍ତି। ଦେଶରେ ୩୦ କୋଟି ଲୋକଙ୍କୁ ଟିକା ଦିଆଯିବା ନେଇ କେନ୍ଦ୍ର ବ୍ୟବସ୍ଥା କରିଥିବାବେଳେ ଜାନୁଆରୀ ଭିତରେ ଟିକାକରଣ ଆରମ୍ଭ ହୋଇଯିବ ବୋଲି ଆଶା କରାଯାଉଛି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ।