ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ଛୁଇଁଲା : ମୃତ୍ୟୁସଂଖ୍ୟା ୧୪ ଶହ ଟପିଲା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ୧୩୭୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୭୯୬ଜଣ ଓ ସ୍ଥାନୀୟ ସଂକ୍ରମଣ ୫୭୬ ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୧୪୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୪୫, କଟକରୁ ୧୨୧, ନୂଆପଡ଼ାରୁ ୧୦୮, ସୁନ୍ଦରଗଡ଼ରୁ ୯୬, ଅନୁଗୁଳରୁ ୮୧, ମୟୁରଭଞ୍ଜରୁ ୭୮, ଜଗତସିଂହପୁରରୁ ୭୦, କେନ୍ଦ୍ରାପଡ଼ାରୁ ୬୫, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ରୁ ୪୦ ଲେଖାଏଁ ରହିଛନ୍ତି।

ଅନ୍ୟପଟେ କରୋନା ଯୋଗୁ ୧୭ ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩, କଟକ, ମୟୁରଭଞ୍ଜ, ସମ୍ବଲପୁର, ବରଗଡ଼ରୁ ୨ ଲେଖାଏଁ, ପୁରୀ, ବାଲେଶ୍ୱର, କେରାପୁଟ, କଳାହାଣ୍ଡି, କେନ୍ଦ୍ରାପଡ଼ା ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୧୪୧୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୧୪୦ ହୋଇଥିବାବେଳେ ୨ଲକ୍ଷ ୮୫ ହଜାର ୧୭୪ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧୪୧୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୩ ହଜାର ୫୦୩ ଜଣ ଚିକିତ୍ସିତ ହେଉଛନ୍ତି।