୨ କରୋନା ଯୋଦ୍ଧାଙ୍କ ସମେତ ନବରଙ୍ଗପୁରରୁ ୧୭ କରୋନା ଆକ୍ରାନ୍ତ ଚିହ୍ନଟ

ନବରଙ୍ଗପୁର,ଏନ୍ଏନ୍ଏସ୍: ନବରଙ୍ଗପୁର ଜିଲ୍ଲାରେ ଆଜି ୨ କରୋନା ଯୋଦ୍ଧାଙ୍କ ସମେତ ୧୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬ ଜଣଙ୍କୁ ସ୍ଥାନୀୟ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବାବେଳେ ଗୁରୁତର ଥିବା ଜଣେ କରୋନା ଯୋଦ୍ଧାଙ୍କୁ ଭୁବନେଶ୍ୱର ସମ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଜିଲ୍ଲାପାଳ ଡା.ଅଜିତ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରାଶସନ ଦ୍ୱାରା କରାଯାଉଥିବା ସଟଡାଉନ ଓ ଲକଡାଉନ ନିୟମକୁ ମାନିବା ପାଇଁ ଜିଲ୍ଲାବାସୀଙ୍କୁ ଶ୍ରୀ ମିଶ୍ର ଅନୁରୋଧ କରିିଛନ୍ତି।

ସୂଚନାଯୋଗ୍ୟ, ଆଜିର ୧୭ ଜଣଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଓ ୪୫ଜଣ ଚିକିତ୍ସିତ ହେଉଛନ୍ତି।