ଭୁବନେଶ୍ବର,ଏଜେନ୍ସି: ଆଜି (ରବିବାର) ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ଟ୍ରେନ ରେକର ଶୁଭାରମ୍ଭ କରିବେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ଟ୍ରେନ ରେକ (ୱାଗନ)କୁ ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।
ଏହାକୁ ଆଜି ଭୁବନେଶ୍ୱର ରେଳ ଷ୍ଟେସନର ୬ ନମ୍ବର ପ୍ଲାଟଫର୍ମ ଠାରେ ଉଦଘାଟନ କରିବେ । ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ପୂର୍ବତଟ ରେଳପଥ ମୁଖ୍ୟାଳୟ ରେଳ ସଦନ ଠାରେ ରେଳବାଇ ମହାପ୍ରବନ୍ଧକ ଓ ଅନ୍ୟ ଅଧିକାରୀମାନଙ୍କ ସହିତ ଓଡ଼ିଶାରେ ଚାଲୁରହିଥିବା ରେଳ ପ୍ରକଳ୍ପ ଗୁଡିକର ସମୀକ୍ଷା କରିବେ । ଏହା ସହ ଭୁବନେଶ୍ବର ରେଳ ଷ୍ଟେସନରେ କାର୍ଯ୍ୟ ଓ ବିଶ୍ବସ୍ତରୀୟ ଷ୍ଟେସନର କାର୍ଯ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି । ପରବର୍ତ୍ତୀ ସମୟରେ ରାଜ୍ୟରେ ଚାଲୁ ରହିଥିବା ବିଭିନ୍ନ ରେଳ ପ୍ରକଳ୍ପ ନୂଆ ରେଳ ଚଳାଚଳକୁ ନେଇ କରିବେ ଆଲୋଚନା ।