କମିଲା ସଂକ୍ରମଣ, ଦିନକରେ ୧୨୭୫୧ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କମିଲା କୋରୋନା ସଂକ୍ରମଣ । ବହୁ ଦିନର ବ୍ୟବଧାନ ପରେ ଦୈନିକ ସଂକ୍ରମଣ ମାମଲା ୧୫ ହଜାର ତଳକୁ ଖସିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୧୨,୭୫୧ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି (ଓଦ୍ଭୟସବ ଜରମକ୍ଟକ୍ସୟଗ୍ଦ ୧୨,୭୫୧ ଲକ୍ସରଗ୍ଦଷ ଉକ୍ଟଙ୍ଖସୟ ଉବଗ୍ଦରଗ୍ଦ) । ସେହିପରି ଦିନକରେ ୪୨ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ଏବଂ ୧୬,୪୧୨ ଜଣ କୋରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ସୁସ୍ଥସଂଖ୍ୟା ୪,୩୫,୧୬,୦୭୪କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ବର୍ତ୍ତମାନ ଭାରତରେ ସକ୍ରିୟ ମାମଲା ଦେଢ ଲକ୍ଷ ମୁହାଁ ରହିଛି । ଆଜିର ନୂଆ ସଂକ୍ରମଣକୁ ମିଶାଇ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୩୧,୮୦୭ରେ ପହଞ୍ଚିଛି । ଦୈନିକ ପଜିଟିଭ ହାର ୩.୫୦% କୁ ହ୍ରାସ ପାଇଛି । ଏବେ ସୁଦ୍ଧା ସମୁଦାୟ ୫,୨୬,୭୭୨ ଜଣ କୋରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଦେଶବ୍ୟାପୀ ମୋଟ ୨୦୬ କୋଟିରୁ ଅଧିକ ଡୋଜ୍ ଟୀକାକରଣ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ କେବଳ ୩୧,୯୫,୦୩୪ ଜଣଙ୍କୁ ଟିକା ଦିଆଯାଇଛି ।