ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରର ରଜୋରୀ ଜିଲ୍ଲାର ଥାନାମଣ୍ଡୀ ଅଞ୍ଚଳରେ ସେନା ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଫଳରେ ସେନାର ଜଣେ ଅଧିକାରୀ ସହିଦ ଓ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ଏନେଇ ପ୍ରତିରକ୍ଷା ମନ୍ତ୍ରଣାଳୟର ଲେଫ୍ଟନେଣ୍ଟ କର୍ଣ୍ଣଲ ଦେବେନ୍ଦ୍ର ଆନନ୍ଦ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଥାନାମଣ୍ଡୀ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷା ବଳକୁ ସୂଚନା ମିଳିଥିଲା। ପରେ ସୁରକ୍ଷା ବଳ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଏହି ସମୟରେ ପ୍ରଥମେ ଆତଙ୍କବାଦୀମାନେ ସୁରକ୍ଷା ବଳ ଉପରେ ଗୁଳି ଚଳାଇଥିଲେ। ଏହାର ଜବାବ ଦେବାକୁ ଯାଇ ସୁରକ୍ଷା ବଳ ମଧ୍ୟ ଗୁଳି ଚଳାଇଥିଲା।